Indian Language Bible Word Collections
Matthew 5:10
Matthew Chapters
Matthew 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Matthew Chapters
Matthew 5 Verses
1
|
ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ। |
2
|
ସେଥିରେ ଯୀଶୁ ମୁଖ ଫିଟାଇ, ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, |
3
|
ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର । |
4
|
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ । |
5
|
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ । |
6
|
ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। |
7
|
ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟାପ୍ରାପ୍ତ ହେବେ । |
8
|
ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ଦର୍ଶନ ପାଇବେ । |
9
|
ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ । |
10
|
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର । |
11
|
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ । |
12
|
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ। |
13
|
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ । |
14
|
ତୁମ୍ଭେମାନେ ଜଗତର ଜ୍ୟୋତିଃ । ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; |
15
|
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ । |
16
|
ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ । |
17
|
ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି । |
18
|
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ତଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ । |
19
|
ଅତଏବ, ଯେକେହି ଏହିସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ଖ୍ୟାତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ ମହାନ୍ ବୋଲି ଖ୍ୟାତ ହେବ । |
20
|
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୁଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ବେଶୀ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ । |
21
|
ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳରେ ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେକେହି ନରହତ୍ୟା କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ । |
22
|
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ । ପୁଣି, ଯେକେହି ଆପଣା ଭାଇକି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ତନୀୟ ହେବ; ଆଉ ଯେକେହି ପାଷାଣ୍ତ ବୋଲି କହେ, ସେ ଅଗ୍ନିମୟ ନରକରେ ଦଣ୍ତନୀୟ ହେବ, |
23
|
ଅତଏବ, ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, |
24
|
ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର । |
25
|
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରଗାରରେ ନିକ୍ଷିପ୍ତ ହେବ । |
26
|
ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ । |
27
|
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ । |
28
|
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି । |
29
|
ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । |
30
|
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । |
31
|
ଆହୁରି ଉକ୍ତ ଅଛି, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରେ, ସେ ତାହାକୁ ତ୍ୟାଗପତ୍ର ଦେଉ । |
32
|
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ, ଆଉ ଯେକେହି ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ । |
33
|
ପୁନଶ୍ଚ, ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ, ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ । |
34
|
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ; |
35
|
କିମ୍ଵା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ; |
36
|
ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ । |
37
|
କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ । |
38
|
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ; |
39
|
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେକେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇ ଦିଅ । |
40
|
ଆଉ, କେହି ଯଦି ତୁମ୍ଭ ସହିତ ବିଚାର ସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ । |
41
|
ପୁଣି, ଯେକେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ । |
42
|
ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ । |
43
|
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକି ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର । |
44
|
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, |
45
|
ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି । |
46
|
ଆଉ, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? |
47
|
ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? |
48
|
ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ । |