Indian Language Bible Word Collections
Micah 3:11
Micah Chapters
Micah 3 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Micah Chapters
Micah 3 Verses
1
|
ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ? |
2
|
ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଗାତ୍ରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ; |
3
|
ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ତି ଓ ହଣ୍ତା ପାଇଁ ମାଂସ ଖଣ୍ତ ଖଣ୍ତ କରନ୍ତି, ସେପରି ସେମାନଙ୍କୁ ଖଣ୍ତ ଖଣ୍ତ କରି ପକାଉଅଛ । |
4
|
ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ । |
5
|
ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯ |
6
|
ଏହେତୁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ । |
7
|
ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ । |
8
|
ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ । |
9
|
ହେ ଯାକୁବ-ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ । |
10
|
ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି । |
11
|
ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ । |
12
|
ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ । |