English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Numbers Chapters

Numbers 1 Verses

1 ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,
2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର ।
3 କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର ।
4 ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ ।
5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର; ଶଦେୟରର ପୁତ୍ର ଇଲୀଷୂର ।
6 ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍ ।
7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍
8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ୍ ।
9 ସବୂଲୂନ ବଂଶର; ହେଲୋନର ପୁତ୍ର ଇଲୀୟାବ୍ ।
10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ ।
11 ବିନ୍ୟାମିନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍ ।
12 ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ।
13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ ।
14 ଗାଦ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ।
15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର ।
16 ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ ।
17 ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ ।
18 ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ ।
19 ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ ।
20 ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
21 ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା ।
22 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
23 ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା ।
24 ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25 ଗାଦ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା ।
26 ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
27 ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା ।
28 ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
29 ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା ।
30 ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
31 ସବୂଲୂନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା ।
32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
33 ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା ।
34 ମନଃଶି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
35 ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା ।
36 ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37 ବିନ୍ୟାମିନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା ।
38 ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
39 ଦାନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା ।
40 ଆଶେର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
41 ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା ।
42 ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
43 ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା ।
44 ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ ।
45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ ।
46 ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା ।
47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ ।
48 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ ।
51 ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ ।
52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ ।
53 ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ ।
54 ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ ।
×

Alert

×