English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Numbers Chapters

Numbers 6 Verses

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯେବେ ନାସରୀୟ କୌଣସି ବିଶେଷ ବ୍ରତ କରେ,
3 ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କି ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ ।
4 ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ ।
5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ ।
6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ ।
7 ଆପଣା ପିତା କି ମାତା କି ଭ୍ରାତା କି ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି ।
8 ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
9 ଆଉ ଯେବେ କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ତନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ତନ କରିବ ।
10 ପୁଣି ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ଵୁ ଦ୍ଵାରରେ ଯାଜକ ନିକଟକୁ ଆଣିବ ।
11 ଆଉ ଯାଜକ ତହିଁରୁ ଗୋଟିକି ପାପାର୍ଥେ ଓ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ ।
12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା ।
13 ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା; ବ୍ରତକାରୀ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଅଣାଯିବ ।
14 ପୁଣି ସେ ହୋମାର୍ଥେ ଏକବର୍ଷୀୟ ନିଖୁ; ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁ; ଏକ ମେଷବତ୍ସ ଓ ମଙ୍ଗଳାର୍ଥେନିଖୁ; ଏକ ମେଷ
15 ଓ ଏକ ଡାଲା ତାଡ଼ିଶୂନ୍ୟ ରୋଟୀ, ତୈଳମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
16 ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ ।
17 ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୋଟୀର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ ।
18 ତେବେ ନାସରୀୟ ଲୋକ ସମାଗମ-ତମ୍ଵୁ ଦ୍ଵାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ ।
19 ପୁଣି ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ ଓ ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ ।
20 ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ ।
21 ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ଛଡ଼ା ତାହାର ଓ ତାହାର ପୃଥକ ରହିବା ହେତୁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ ।
22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
23 ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
24 ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
25 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
26 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ ।
27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା ।
×

Alert

×