English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Proverbs Chapters

Proverbs 4 Verses

1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର ।
2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ ।
3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି ।
4 ପିତା ମୋତେ ଶିକ୍ଷା ଦେଇ କହିଲେ, ତୁମ୍ଭ ମନ ମୋହର କଥା ରକ୍ଷା କରୁ, ମୋହର ଆଜ୍ଞାସବୁ ପାଳନ କରି ବଞ୍ଚ ।
5 ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ ।
7 ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର ।
8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ ।
9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ ।
10 ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ ।
11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି ।
12 ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ ।
13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ ।
14 ପାପୀମାନଙ୍କ ପଥ ମଧ୍ୟରେ ପଶ ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ ।
15 ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ ।
16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ ।
17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି ।
18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ ।
19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ ।
20 ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର ।
21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯନି କରି ରଖ ।
22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ଵାସ୍ଥ୍ୟ ଅଟେ ।
23 ତୁମ୍ଭ ହୃଦୟକୁ ଅତି ଯନିରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ ।
24 ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ ।
25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ ।
26 ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ ।
27 ଦକ୍ଷିଣ କି ବାମ ହାତରେ ଫେର ନାହିଁ, ତୁମ୍ଭ ପାଦ ମନ୍ଦଠାରୁ ଦୂର କର ।
×

Alert

×