Indian Language Bible Word Collections
Psalms 105:18
Psalms Chapters
Psalms 105 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Psalms Chapters
Psalms 105 Verses
1
|
ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ । |
2
|
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର । |
3
|
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ । |
4
|
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର । |
5
|
ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, |
6
|
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର । |
7
|
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ । |
8
|
ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ, |
9
|
ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି । |
10
|
ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, |
11
|
ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା । |
12
|
ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ । |
13
|
ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ । |
14
|
ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ; |
15
|
ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ । |
16
|
ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ । |
17
|
ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; |
18
|
ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ |
19
|
ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା । |
20
|
ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା । |
21
|
ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; |
22
|
ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା । |
23
|
ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା । |
24
|
ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ । |
25
|
ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ । |
26
|
ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ । |
27
|
ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ । |
28
|
ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ । |
29
|
ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ । |
30
|
ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା । |
31
|
ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ । |
32
|
ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ । |
33
|
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ । |
34
|
ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ; |
35
|
ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ । |
36
|
ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ । |
37
|
ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା । |
38
|
ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା । |
39
|
ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ । |
40
|
ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ । |
41
|
ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା । |
42
|
କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ । |
43
|
ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ । |
44
|
ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, |
45
|
ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । |