English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 132 Verses

1 ଆରୋହଣ-ଗୀତ । ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3 ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ ।
5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ ।
6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ ।
7 ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା ।
8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର ।
9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ ।
10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ ।
11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ । ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା ।
12 ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ ।
13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି ।
14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ ।
15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା ।
16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ ।
17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ ।
18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ।
×

Alert

×