Indian Language Bible Word Collections
Psalms 140:10
Psalms Chapters
Psalms 140 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Psalms Chapters
Psalms 140 Verses
1
|
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର । |
2
|
ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି । |
3
|
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ । [ସେଲା |
4
|
ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି । |
5
|
ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । [ସେଲା |
6
|
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର । |
7
|
ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ । |
8
|
ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ । [ସେଲା |
9
|
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ । |
10
|
ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ । |
11
|
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ । |
12
|
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ । |
13
|
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ । |