English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 141 Verses

1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ ।
2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ ।
3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର ।
4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ ।
5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ଵରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ ।
6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ ।
7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି ।
8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ ।
9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର ।
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ ।
×

Alert

×