English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 24 Verses

1 ଦାଉଦଙ୍କର ଗୀତ । ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର ।
2 କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି ।
3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ ।
5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ ।
6 ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି । [ସେଲା
7 ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।
8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ ।
9 ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।
10 ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି । [ସେଲା
×

Alert

×