English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 43 Verses

1 ହେ ପରମେଶ୍ଵର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର ।
2 କାରଣ ତୁମ୍ଭେ ହିଁ ମୋହର ବଳ ସ୍ଵରୂପ ପରମେଶ୍ଵର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
3 ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ ।
4 ତହିଁରେ ମୁଁ ପରମେଶ୍ଵରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ଵରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ଵର, ମୋହର ପରମେଶ୍ଵର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି ।
5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି ।
×

Alert

×