English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 45 Verses

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ପ୍ରେମ ଗୀତ । ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ ।
2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି ।
3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ ।
4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ ।
5 ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ ।
6 ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ ।
7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି ।
9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି ।
10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର ।
12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ ।
13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ ।
14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ ।
15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ ।
17 ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ ।
×

Alert

×