English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 54 Verses

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର ।
2 ହେ ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର ।
3 କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି ଦୁର; ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି । ସେମାନେ ପରମେଶ୍ଵରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି । [ସେଲା
4 ଦେଖ, ପରମେଶ୍ଵର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକମାନଙ୍କର ମଧ୍ୟବର୍ତ୍ତୀ ।
5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର ।
6 ମୁଁ ସ୍ଵେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ ।
7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି ।
×

Alert

×