Indian Language Bible Word Collections
Psalms 60:8
Psalms Chapters
Psalms 60 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Psalms Chapters
Psalms 60 Verses
1
|
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର । |
2
|
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି । |
3
|
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ । |
4
|
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା |
5
|
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ । |
6
|
ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା । |
7
|
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ । |
8
|
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର । |
9
|
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି? |
10
|
ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? |
11
|
ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା । |
12
|
ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ । |