English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 97 Verses

1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ ।
2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ ।
3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା ।
5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ ।
6 ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି ।
7 ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର ।
8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ ।
9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ ।
10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି ।
12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
×

Alert

×