English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 99 Verses

1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ ।
2 ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ ।
3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି ।
4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ ।
5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି ।
6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ ।
7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ ।
8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ । ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ ।
9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି ।
×

Alert

×