English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Zechariah Chapters

Zechariah 6 Verses

1 ଅନନ୍ତର ମୁଁ ପୁନର୍ବାର ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା; ସେହି ପର୍ବତ ପିତ୍ତଳମୟ ପର୍ବତ ଥିଲା ।
2 ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ଵଗଣ ଓ ଦ୍ଵିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ।
3 ଆଉ, ତୃତୀୟ ରଥରେ ଶ୍ଵେତବର୍ଣ୍ଣ ଅଶ୍ଵଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ଥିଲେ ।
4 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, ହେ ମୋର ପ୍ରଭୁ, ଏସବୁ କଅଣ?
5 ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, ଏମାନେ ସ୍ଵର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି ।
6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ଵଗଣ ସେମାନଙ୍କ ପଶ୍ଚାଦ୍ଗମନ କଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ଵଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ ।
7 ପୁଣି, ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ବାହାର ହେଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର; ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ ।
8 ସେତେବେଳେ ସେ ମୋତେ ଡାକି କହିଲେ, ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାକୁ ସୁସ୍ଥିର କରିଅଛନ୍ତି ।
9 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
10 ନିର୍ବାସିତ ଲୋକମାନଙ୍କରୁ, ଅର୍ଥାତ୍, ହିଲ୍ଦୟ, ଟୋବୀୟ ଓ ଯିଦାୟଠାରୁ ଗ୍ରହଣ କର; ଆଉ, ସେମାନେ ଯେଉଁ ସିଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ଏହି ଦିନ ଆସି ସେଠାକୁ ଯାଅ;
11 ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ;
12 ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ;
13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ଵ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ମନ୍ତ୍ରଣା ହେବ ।
14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ସ୍ମରଣାର୍ଥେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ନିମନ୍ତେ ରହିବ ।
15 ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ । ପୁଣି, ତୁମ୍ଭେମାନେ ଯେବେ ଯନିପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ ।
×

Alert

×