Indian Language Bible Word Collections
1 Chronicles 22:1
1 Chronicles Chapters
1 Chronicles 22 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Chronicles Chapters
1 Chronicles 22 Verses
1
|
ସେତେବେଳେ ଦାଉଦ କହିଲେ, ଏହି ଗୃହ ସଦାପ୍ରଭୁ ପରମେଶ୍ଵରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର । |
2
|
ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ । |
3
|
ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ । |
4
|
ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ । |
5
|
ଆଉ ଦାଉଦ କହିଲେ, ମୋʼ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ହେତୁରୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ଵିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି । ଏହିପରି ଦାଉଦ ଆପଣା ମୃତ୍ୟୁପୂର୍ବେ ବିସ୍ତର ରୂପେ ଆୟୋଜନ କଲେ । |
6
|
ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ । |
7
|
ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା । |
8
|
ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ । |
9
|
ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା; |
10
|
ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା । |
11
|
ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର । |
12
|
କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ । |
13
|
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ । |
14
|
ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ । |
15
|
ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି; |
16
|
ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ । |
17
|
ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ, |
18
|
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି । |
19
|
ଏଣୁ ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ଵରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ଵରଙ୍କର ଆବାସ ନିର୍ମାଣ କର । |