Indian Language Bible Word Collections
1 Corinthians 11:26
1 Corinthians Chapters
1 Corinthians 11 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Corinthians Chapters
1 Corinthians 11 Verses
1
|
ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ । |
2
|
ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି । |
3
|
କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକସ୍ଵରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ଵରୂପ ଓ ଈଶ୍ଵର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ଵରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା । |
4
|
ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ । |
5
|
କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ତନ ହେବା ସଙ୍ଗେ ସମାନ । |
6
|
କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ତନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ । |
7
|
ପୁରୁଷ ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ଵରୂପ ହେବାରୁ ପ୍ରକୃତରେ ତାʼର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ଵରୂପ । |
8
|
କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି । |
9
|
ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା । |
10
|
ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧୀନତାର ଚିହ୍ନ ଘେନିବା ଉଚିତ । |
11
|
ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ଵତନ୍ତ୍ର ନୁହେଁ କିମ୍ଵା ସ୍ତ୍ରୀଠାରୁ ପୁରୁଷ ସ୍ଵତନ୍ତ୍ର ନୁହେଁ । କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ, |
12
|
ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ଵାରା ଉତ୍ପନ୍ନ; କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ଉତ୍ପନ୍ନ । |
13
|
ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ? |
14
|
ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ, |
15
|
କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ଵରୂପେ ତାʼର କେଶ ତାହାକୁ ଦିଆଯାଇଅଛି । |
16
|
କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ଵା ଈଶ୍ଵରଙ୍କ ମଣ୍ତଳୀସମୂହର ନାହିଁ । |
17
|
କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି । |
18
|
କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ତଳୀ ସ୍ଵରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ଵାସ କରୁଅଛି । |
19
|
ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ । |
20
|
ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ; |
21
|
କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ୍ ହୁଏ । |
22
|
କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ଵା ତୁମ୍ଭେମାନେ କଅଣ ଈଶ୍ଵରଙ୍କ ମଣ୍ତଳୀକି ଅବଜ୍ଞା କରୁଅଛ, ପୁଣି ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏ ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁନାହିଁ । |
23
|
କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୋଟୀ ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ, |
24
|
ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର । |
25
|
ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର । |
26
|
କାରଣ ଯେତେ ଥର ତୁମ୍ଭେମାନେ ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ । |
27
|
ଅତଏବ, ଯେକେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୋଟୀ ଭୋଜନ କରେ କିମ୍ଵା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ । |
28
|
କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରିଭାବେ ଏହି ରୋଟୀ ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ । |
29
|
କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ତ ନିମନ୍ତେ ଭୋଜନ କରେ ଓ ପାନ କରେ । |
30
|
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି । |
31
|
କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ । |
32
|
ଆଉ, ଜଗତ ସହିତ ଯେପରି ଦଣ୍ତାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ଵାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ । |
33
|
ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର । |
34
|
ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ତ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି । |