Indian Language Bible Word Collections
1 Corinthians 16:6
1 Corinthians Chapters
1 Corinthians 16 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Corinthians Chapters
1 Corinthians 16 Verses
1
|
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର । |
2
|
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ । |
3
|
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି; |
4
|
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ । |
5
|
କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, |
6
|
ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ଵା ଶୀତକାଳ ମଧ୍ୟ ଯାପନ କରିବି, ଯେପରି ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ । |
7
|
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ୍ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି । |
8
|
କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି; |
9
|
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ଵାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି । |
10
|
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, |
11
|
ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ । କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି । |
12
|
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ଵନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ । |
13
|
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ଵାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ । |
14
|
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ । |
15
|
ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ଵରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; |
16
|
ଏହିପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି । |
17
|
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି, |
18
|
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର । |
19
|
ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି । |
20
|
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । |
21
|
ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି । |
22
|
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ । |
23
|
ମାରାନାଥା । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ; |
24
|
ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ । |