Indian Language Bible Word Collections
1 Peter 3:16
1 Peter Chapters
1 Peter 3 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Peter Chapters
1 Peter 3 Verses
1
|
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୁଅ, |
2
|
ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ଵାରା ପରିବର୍ତ୍ତିତ ହେବେ । |
3
|
ପୁଣି କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, |
4
|
ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ଵଭାବ ଈଶ୍ଵରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ । |
5
|
କାରଣ ପୂର୍ବକାଳରେ ସାଧ୍ଵୀ ସ୍ତ୍ରୀମାନେ ମଧ୍ୟ ଈଶ୍ଵରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ । |
6
|
ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ଭୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ । |
7
|
ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର । |
8
|
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ; |
9
|
ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ । |
10
|
ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ଵାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ନିବୃତ୍ତ କରୁନ୍ତ |
11
|
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁନ୍ତ ସେ ଶାନ୍ତି ଅନ୍ଵେଷଣ କରି ସେଥିର ଅନୁଗାମୀ ହେଉ । |
12
|
କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ । |
13
|
ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ? |
14
|
ପୁଣି ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ । ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ; |
15
|
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର । ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ଵନ୍ଧରେ ଯେକେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, |
16
|
ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ । |
17
|
କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ଵରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ । |
18
|
ଯେଣୁ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ । ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ⇧; |
19
|
ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ; |
20
|
ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ଵର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ । ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; |
21
|
ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; |
22
|
ସେହି ଯୀଶୁ ଖ୍ରୀଷ୍ଟ ସ୍ଵର୍ଗାରୋହଣ କରି ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ୍ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି । |