Indian Language Bible Word Collections
1 Peter 4:9
1 Peter Chapters
1 Peter 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Peter Chapters
1 Peter 4 Verses
1
|
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି), |
2
|
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର । |
3
|
ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; |
4
|
ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; |
5
|
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ । |
6
|
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ । |
7
|
ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ, |
8
|
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ । |
9
|
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; |
10
|
ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହଦାନ ପାଇଅଛ, ସେହିପ୍ରକାରେ ଈଶ୍ଵରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ତାରଘରିଆ ସ୍ଵରୂପେ ତଦ୍ଦ୍ଵାରା ପରସ୍ପରର ସେବା କର; |
11
|
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ । |
12
|
ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; |
13
|
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ । |
14
|
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି । |
15
|
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ; |
16
|
କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ । |
17
|
କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! |
18
|
ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ? |
19
|
ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ । |