Indian Language Bible Word Collections
2 Chronicles 12:1
2 Chronicles Chapters
2 Chronicles 12 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Chronicles Chapters
2 Chronicles 12 Verses
1
|
ଅନନ୍ତର ରିହବୀୟାମ୍ଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ । |
2
|
ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରିବାରୁ ରିହବୀୟାମ୍ ରାଜାଙ୍କର ଅଧିକାରର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା; |
3
|
ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ଵାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ । |
4
|
ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା । |
5
|
ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ୍ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ । |
6
|
ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, ସଦାପ୍ରଭୁ ଧର୍ମମୟ । |
7
|
ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ରକ୍ଷା ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ଵାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳା ଯିବ ନାହିଁ । |
8
|
ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ । |
9
|
ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା । |
10
|
ତହୁଁ ରିହବୀୟାମ୍ ରାଜା ସେହିସବୁର ପରିବର୍ତ୍ତରେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ଵାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ । |
11
|
ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ । |
12
|
ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା । |
13
|
ଏହିରୂପେ ରିହବୀୟାମ୍ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ଵ କଲେ; ରିହବୀୟାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ଵ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା । |
14
|
ପୁଣି ସେ ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା । |
15
|
ଏହି ରିହବୀୟାମ୍ଙ୍କର ଆଦ୍ୟ; ବୃତ୍ତା; ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ-ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ୍ ଓ ଯାରବୀୟାମ୍ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା । |
16
|
ଏଉତ୍ତାରେ ରିହବୀୟାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ । |