Indian Language Bible Word Collections
2 Corinthians 5:4
2 Corinthians Chapters
2 Corinthians 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Corinthians Chapters
2 Corinthians 5 Verses
1
|
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ । |
2
|
ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; |
3
|
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ । |
4
|
କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ । |
5
|
ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି । |
6
|
ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ । |
7
|
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ), |
8
|
ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ । |
9
|
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା । |
10
|
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ । |
11
|
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ । |
12
|
ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ । |
13
|
ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ । |
14
|
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; |
15
|
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି । |
16
|
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ । |
17
|
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି । |
18
|
କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; |
19
|
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି । |
20
|
ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ । |
21
|
ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ । |