Indian Language Bible Word Collections
2 Corinthians 8:6
2 Corinthians Chapters
2 Corinthians 8 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Corinthians Chapters
2 Corinthians 8 Verses
1
|
ହେ ଭାଇମାନେ, ମାକିଦନିଆର ମଣ୍ତଳୀସମୂହ ମଧ୍ୟରେ ଈଶ୍ଵରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ; |
2
|
ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି । |
3
|
କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ; |
4
|
ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହ ପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ଵେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ; |
5
|
ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛା ଦ୍ଵାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ । |
6
|
ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ- କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ । |
7
|
ଆଉ, ବିଶ୍ଵାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହକାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ । |
8
|
ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି । |
9
|
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ । |
10
|
ଏସମ୍ଵନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ; |
11
|
ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହିପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ । |
12
|
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ । |
13
|
ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ; |
14
|
ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ଵାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, |
15
|
ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ ।” |
16
|
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି; |
17
|
କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟ; ଉଦ୍ଯୋଗୀ ହୋଇ ସ୍ଵେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି । |
18
|
ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ଵନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ତଳୀରେ ବ୍ୟାପିଯାଇଅଛି, |
19
|
କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ଵାରା ସାଧିତ ଏହି ଅନୁଗ୍ରହକାର୍ଯ୍ୟ ସମ୍ଵନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ତଳୀସମୂହ ଦ୍ଵାରା ନିଯୁକ୍ତ ହୋଇଅଛନ୍ତି; |
20
|
ଆମ୍ଭମାନଙ୍କ ଦ୍ଵାରା ସାଧିତ ଏହି ସେବା ସ୍ଵରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ; |
21
|
କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ । |
22
|
ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ଵାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି । |
23
|
ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ଵନ୍ଧରେ ପଚାରେ, ସେମାନେ ମଣ୍ତଳୀସମୂହ ଦ୍ଵାରା ପ୍ରେରିତ, ପୁଣି ଖ୍ରୀଷ୍ଟଙ୍କ ଗୌରବ ସ୍ଵରୂପ । |
24
|
ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ତଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ । |