English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Hosea Chapters

Hosea 10 Verses

1 ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ; ସେ ଆପଣା ଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି ।
2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ ।
3 ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?
4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ତ ଅଙ୍କୁରିତ ହୁଏ ।
5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି ।
6 ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ ।
7 ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା ।
8 ଆହୁରି, ଇସ୍ରାଏଲର ପାପ ସ୍ଵରୂପ ଆବେନର ଉଚ୍ଚସ୍ଥଳୀସବୁ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପ-ପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼ ।
9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ପ୍ରତିକୂଳ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେସ୍ଥାନରେ ଠିଆ ହେଲେ ।
10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ ।
11 ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକି ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ ।
12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ-ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି ।
13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ଵରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ଵାସ କରିଅଛ ।
14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ୍ ବୈଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ତ ଖଣ୍ତ ହୋଇଥିଲା ।
15 ତୁମ୍ଭର ମହା ଦୁଷ୍ଟତା ସକାଶୁ ବୈଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ ।
×

Alert

×