Indian Language Bible Word Collections
Hosea 4:11
Hosea Chapters
Hosea 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Hosea Chapters
Hosea 4 Verses
1
|
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି । |
2
|
ଶପଥ, ବିଶ୍ଵାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ତହିଁ ମଧ୍ୟରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ । |
3
|
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ |
4
|
ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି । |
5
|
ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍-ବକ୍ତା ହିଁ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା, |
6
|
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା । |
7
|
ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା । |
8
|
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି । |
9
|
ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା । |
10
|
ତହିଁରେ ସେମାନେ ଭୋଜନ କଲେ ହେଁ ତୃପ୍ତ ନୋହିବେ; ବ୍ୟଭିଚାର କଲେ ହେଁ ବହୁବଂଶ ନୋହିବେ; କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ମନୋଯୋଗ ତ୍ୟାଗ କରିଅଛନ୍ତି । |
11
|
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ । |
12
|
ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି । |
13
|
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି । |
14
|
ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ନିର୍ଜନକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ । |
15
|
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ । |
16
|
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ । |
17
|
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ । |
18
|
ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି । |
19
|
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ । |