Indian Language Bible Word Collections
Hosea 5:2
Hosea Chapters
Hosea 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Hosea Chapters
Hosea 5 Verses
1
|
ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ । |
2
|
ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେସମସ୍ତଙ୍କର ଅନୁଯୋଗକାରୀ ଅଟୁ । |
3
|
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଆଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି । |
4
|
ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ । |
5
|
ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ । |
6
|
ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି । |
7
|
ସେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିଶ୍ଵାସ-ଘାତକତା କରିଅଛନ୍ତି; କାରଣ ସେମାନେ ବିଦେଶୀୟ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ । |
8
|
ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ଵନି କର, ରାମାରେ ତୂରୀ ବଜାଅ; ବୈଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍, |
9
|
ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ଵଂସସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ । |
10
|
ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଜଳ ପରି ଢାଳିବା । |
11
|
ଇଫ୍ରୟିମ ସନ୍ତୁଷ୍ଟ ହୋଇ ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରୁତ ଓ ବିଚାରରେ କ୍ଳିଷ୍ଟ ହୋଇଅଛି । |
12
|
ଏସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ଵରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ଵରୂପ ହୋଇଅଛୁ । |
13
|
ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ପାରେ ନାହିଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ । |
14
|
କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା । ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ । |
15
|
ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ । |