Indian Language Bible Word Collections
Isaiah 23:1
Isaiah Chapters
Isaiah 23 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Isaiah Chapters
Isaiah 23 Verses
1
|
ସୋର ବିଷୟକ ଭାରୋକ୍ତି । ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କି ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା । |
2
|
ହେ ଦ୍ଵୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ । |
3
|
ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା । |
4
|
ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କି ଯୁବତୀଗଣର ଭରଣପୋଷଣ କରି ନାହୁଁ । |
5
|
ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ । |
6
|
ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର । |
7
|
ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀଣ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା । |
8
|
ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି? |
9
|
ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି । |
10
|
ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ । |
11
|
ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି । |
12
|
ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ । |
13
|
କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା । |
14
|
ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା । |
15
|
ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ । |
16
|
ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ । |
17
|
ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ଵ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକି ଫେରିବ, ପୁଣି ଭୂମଣ୍ତଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ । |
18
|
ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ । |