Indian Language Bible Word Collections
James 5:1
James Chapters
James 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
James Chapters
James 5 Verses
1
|
ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର । |
2
|
ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି, |
3
|
ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ! |
4
|
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି । |
5
|
ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ମନକୁ ତୃପ୍ତ କରିଅଛ । |
6
|
ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ । |
7
|
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ । |
8
|
ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ । |
9
|
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି । |
10
|
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ଵରୂପେ ଗ୍ରହଣ କର । |
11
|
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ । ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି ପ୍ରଭୁଙ୍କ ଶେଷ କାର୍ଯ୍ୟ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି । |
12
|
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ । |
13
|
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ । କେହି କଅଣ ଆନନ୍ଦିତ ଅଟେ? ସେ ଗୀତ ଗାନ କରୁ । |
14
|
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ତଳୀର ପ୍ରାଚୀନମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ । |
15
|
ବିଶ୍ଵାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି ପ୍ରଭୁ ତାହାକୁ ଉଠାଇବେ; ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ । |
16
|
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ଵୀକାର କର, ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ । |
17
|
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକା; ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ; |
18
|
ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା । |
19
|
ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି କେହି ତାହାକୁ ଫେରାଇ ଆଣେ, |
20
|
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ । |