Indian Language Bible Word Collections
Jeremiah 12:9
Jeremiah Chapters
Jeremiah 12 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Jeremiah Chapters
Jeremiah 12 Verses
1
|
ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ? |
2
|
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ । |
3
|
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ । |
4
|
କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି⇧; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ । |
5
|
ଯେବେ ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳା; କରିଅଛନ୍ତି, ତେବେ ତୁମ୍ଭେ ଅଶ୍ଵଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ-ସ୍ଥାନରେ ତୁମ୍ଭେ କଅଣ କରିବ? |
6
|
କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ। |
7
|
ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ । |
8
|
ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ । |
9
|
ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ । |
10
|
ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ଵଂସିତ ପ୍ରାନ୍ତର କରିଅଛନ୍ତି । |
11
|
ସେମାନେ ତାହା ଧ୍ଵଂସସ୍ଥାନ କରିଅଛନ୍ତି; ତାହା ଧ୍ଵଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ଵଂସିତ ହେଉଅଛି । |
12
|
ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ । |
13
|
ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ । |
14
|
ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା । |
15
|
ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା । |
16
|
ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭ ଲୋକମାନଙ୍କର ଆଚରଣ ଯନିପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକ-ମାନଙ୍କ ମଧ୍ୟରେ ସ୍ଥାପିତ ହେବେ । |
17
|
ମାତ୍ର ଯେବେ ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି । |