Indian Language Bible Word Collections
Jeremiah 21:1
Jeremiah Chapters
Jeremiah 21 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Jeremiah Chapters
Jeremiah 21 Verses
1
|
ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ। ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା, |
2
|
ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ, ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା । |
3
|
ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ; |
4
|
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ଵାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା । |
5
|
ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ଵାରା କ୍ରୋଧରେ, ପ୍ରଚଣ୍ତ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା । |
6
|
ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ । |
7
|
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ଼୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା କି ଦୟା କି କରୁଣା କରିବ ନାହିଁ । |
8
|
ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ । |
9
|
ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟ-ଦ୍ରବ୍ୟ ତୁଲ୍ୟ ହେବ । |
10
|
କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ । |
11
|
ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; |
12
|
ହେ ଦାଉଦ-ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ତ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ନିର୍ବାଣ କରି ପାରିବ ନାହିଁ । |
13
|
ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ-ସ୍ଥାନରେ ପ୍ରବେଶ କରିବ? |
14
|
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ଵଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ। |