Indian Language Bible Word Collections
Jeremiah 30:12
Jeremiah Chapters
Jeremiah 30 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Jeremiah Chapters
Jeremiah 30 Verses
1
|
ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା, |
2
|
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ । |
3
|
କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି; ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ । |
4
|
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟଏହି । |
5
|
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶଦ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶଦ୍ଦ ନୁହେଁ । |
6
|
କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟୀଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ? |
7
|
ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ । |
8
|
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ; |
9
|
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ । |
10
|
ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ । |
11
|
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ⇧; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ । |
12
|
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ । |
13
|
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ କରିବାକୁ କେହି ନାହିଁ, ତୁମ୍ଭର ସ୍ଵାସ୍ଥ୍ୟଜନକ ଔଷଧ ନାହିଁ। |
14
|
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ । |
15
|
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ । |
16
|
ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ଵ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା । |
17
|
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ । |
18
|
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ଵୁସକଳର ବନ୍ଦୀତ୍ଵ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ । |
19
|
ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ଵନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ନୋହିବେ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ଵିତ କରିବା ଓ ସେମାନେ କ୍ଷୁଦ୍ର ନୋହିବେ । |
20
|
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ତଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା । |
21
|
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ? |
22
|
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା । |
23
|
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ତ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ । |
24
|
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ଵଳିତ କ୍ରୋଧ ନିବୃତ୍ତ ନୋହିବ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ । |