English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Jeremiah Chapters

Jeremiah 41 Verses

1 ଅନନ୍ତର ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ କତିକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ ।
2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ଵାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ଖଡ଼୍‍ଗାଘାତରେ ବଧ କଲେ ।
3 ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା ।
4 ପୁଣି, ସେ ଗଦଲୀୟକୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣୁଣୁ,
5 ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର-ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ ।
6 ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଆସ ।
7 ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ ।
8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ ଓ ଯବ ଓ ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ । ତହିଁରେ ସେ କ୍ଷା; ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ ।
9 ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ଵାରା ହତ ଲୋକମାନଙ୍କର ଶବ ଗଦଲୀୟର ଶବ ନିକଟରେ ପକାଇ ଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା ।
10 ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା ।
11 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
12 ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ ।
13 ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ ।
14 ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ ।
15 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା ।
16 ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମର ପୁତ୍ର ଗଦଲୀୟକୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା;
17 ଆଉ, ସେମାନେ କଲ୍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ଵକିମହମରେ ବାସ କଲେ;
18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ ।
×

Alert

×