English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Proverbs Chapters

Proverbs 9 Verses

1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି ।
3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
5 ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର ।
6 ହେ ଅବୋଧ ଲୋକମାନେ, (ଅବୋଧମାନଙ୍କର ସଙ୍ଗ) ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ ।
7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ ।
8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକି ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9 ଜ୍ଞାନୀକି ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ତିତ୍ୟ ବୃଦ୍ଧି ପାଇବ ।
10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି ଧର୍ମସ୍ଵରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ ।
11 ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ ।
12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ ।
13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ ।
14 ସେ ଆପଣା ଗୃହଦ୍ଵାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ ।
15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
16 ଯେ ଅବୋଧ, ସେ ଏଠାକୁ ଆସୁ । ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
17 ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ଵାଦୁ ।
18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ।
×

Alert

×