English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 144 Verses

1 ଦାଉଦଙ୍କର ଗୀତ । ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି ।
2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋʼ ଲୋକମାନଙ୍କୁ ମୋʼ ପଦତଳେ ବଶୀଭୂତ କରନ୍ତି ।
3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
4 ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ ।
5 ହେ ସଦାପ୍ରଭୋ, ଆପଣା ଗଗନମଣ୍ତଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ ।
6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର ।
7 ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
8 ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
9 ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି ।
10 ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ଼୍‍ଗରୁ ରକ୍ଷା କରନ୍ତି ।
11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-ବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
13 ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟଣ!
×

Alert

×