Indian Language Bible Word Collections
Revelation 20:7
Revelation Chapters
Revelation 20 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Revelation Chapters
Revelation 20 Verses
1
|
ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି । ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା । |
2
|
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, |
3
|
ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ । |
4
|
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା । ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ । |
5
|
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ । |
6
|
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ । |
7
|
ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ; |
8
|
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ । |
9
|
ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା । |
10
|
ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ । |
11
|
ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ, । |
12
|
ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । |
13
|
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । |
14
|
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ । |
15
|
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା । |