English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Revelation Chapters

Revelation 4 Verses

1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।
2 ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି;
3 ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ ।
4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ ।
5 ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା ।
6 ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ ।
7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ ।
8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର ।
9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।
×

Alert

×